ESMA Order for Power Sector:
Govt of Odisha has prohibited strikes in electricity services in the State for 6 months, effective from today.
This applies to all establishments under GRIDCO, OPTCL, OHPC, OPGC, TPCODL, TPNODL, TPSODL, TPWODL and other power organizations.
This order has been issued under Odisha Essential Services (Maintenance) Act, 1988 to ensure uninterrupted power generation, transmission & distribution across the state.
Information & Public Relations Department, Government of Odisha
I & PR Department works to ensure people's participation in successful implementation of development
07/05/2026
A mission that reflected the strength of New Bharat – decisive, determined, and dedicated to national security. On this day, we bow to the bravery of our Armed Forces.
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି।
ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।
23/04/2026
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ୧୫ତମ ନିଯୁକ୍ତିମେଳା ଅବସରରେ ୭ଟି ବିଭାଗର ସମୁଦାୟ ୪୬୨୩ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୪୧୧୩ ଜଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରେ ୧୫୪ ଜଣ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗରେ ୧୪୩ ଜଣ, ଇସ୍ପାତ ଓ ଖଣି ବିଭାଗରେ ୭୭ ଜଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗରେ ୭୦ ଜଣ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୫୨ ଜଣ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ବିଭାଗରେ ୧୪ ଜଣ ନିଯୁକ୍ତି ପତ୍ର ପାଇଛନ୍ତି।
ନବନିଯୁକ୍ତଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶାସନ ଓ ପ୍ରଶାସନ ବ୍ୟବସ୍ଥାରେ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ହେଉଛନ୍ତି, ସରକାରଙ୍କ ପ୍ରକୃତ ଚେହେରା। ଆମ ସମସ୍ତଙ୍କର ଲକ୍ଷ୍ୟ ହେଉଛି, ଅନ୍ତିମ ଶ୍ରେଣୀରେ ଥିବା ବ୍ୟକ୍ତି ପାଖରେ ସରକାରୀ ସୁବିଧା ପହଞ୍ଚାଇବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ
21/04/2026
Hon'ble President Smt Droupadi Murmu, Governor Dr Hari Babu Kambhampati, Chief Minister Shri Mohan Charan Majhi and Union Minister Shri Jual Oram at Adi Parab 2026 in Rourkela.
21/04/2026
Governor Dr Haribabu Kambhampati and Chief Minister Shri Mohan Charan Majhi receiving Hon'ble President Smt Droupadi Murmu at Jharsuguda airport on 21 April 2026
20/04/2026
କଟକ ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆମ ବିହନ ରଥ ଏବଂ କୃଷି ରଥର ଶୁଭାରମ୍ଭ କରୁଛନ୍ତି।
19/04/2026
ଓଡ଼ିଶାର ସେମିକଣ୍ଡକ୍ଟର କ୍ଷେତ୍ରରେ ନୂଆ ଅଧ୍ୟାୟ ସ୍ବରୂପ ଇନ୍ଫୋ ଭ୍ୟାଲିରେ 3D Glass Solution ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି।
ପ୍ରାୟ ୨,୦୦୦ କୋଟି ଟଙ୍କା ନିବେଶରେ ସ୍ଥାପିତ ହେଉଥିବା ଏହି ଅତ୍ୟାଧୁନିକ ଗ୍ଲାସ୍ ସବ୍ଷ୍ଟ୍ରେଟ୍ ପ୍ୟାକେଜିଙ୍ଗ ୟୁନିଟ୍ ରାଜ୍ୟରେ ପ୍ରାୟ ୨,୫୦୦ ନିଯୁକ୍ତି ସୃଷ୍ଟି କରିବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପ ଆଗାମୀ ଦିନରେ AI, ହାଇ ପର୍ଫର୍ମାନ୍ସ କମ୍ପ୍ୟୁଟିଂ ଓ ଅନ୍ୟାନ୍ୟ ଉନ୍ନତ ପ୍ରଯୁକ୍ତି କ୍ଷେତ୍ରରେ ଓଡ଼ିଶାକୁ ଆଗକୁ ନେବ।
14/04/2026
ଜୟଦେବ ଭବନରେ ଆୟୋଜିତ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।
13/04/2026
୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ବିକାଶ ଉପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଥିଲା।
ଏଥି ସହିତ ଏକ ମଶାଲ ଶୋଭାଯାତ୍ରା ଲିଙ୍ଗରାଜ ମନ୍ଦିର ଠାରୁ ବାହାରି ବଢ଼େଇ ବାଙ୍କ ଛକ, ମାଉସୀମା, ଶିଶୁଭବନ ଛକ, ରାଜମହଲ, ମାଷ୍ଟର କ୍ୟାଣ୍ଟିନ ଦେଇ ପିଏମଜି ଠାରେ ପହଞ୍ଚିଥିଲା। ବିଭିନ୍ନ କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ଅତିଥିଗଣ ତଥା ନାଗିରକମାନେ ଯୋଗଦାନ କରିଥିଲେ।
Click here to claim your Sponsored Listing.
Location
Category
Contact the business
Website
Address
Information & Public Relations Dept. , Lok Sampark Bhavan, Unit/5
Bhubaneswar
751001
Opening Hours
| Monday | 10am - 5:30pm |
| Tuesday | 10am - 5:30pm |
| Wednesday | 10am - 5:30pm |
| Thursday | 10am - 5pm |
| Friday | 10am - 5:30pm |
| Saturday | 10am - 5:30pm |
